ପ୍ରବଳ ବର୍ଷା ଯୋଗୁଁ ବୈତରଣୀ, ସୁବର୍ଣ୍ଣରେଖା, ବୁଢ଼ାବଳଙ୍ଗ ଓ ବ୍ରାହ୍ମଣୀ ନଦୀରେ ବନ୍ୟା ଆଶଙ୍କା । ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ଉତ୍ତର ଓ ଦକ୍ଷିଣ ଭାଗରେ ...
ପ୍ରବଳ ବର୍ଷା ଯୋଗୁଁ ବୈତରଣୀ, ସୁବର୍ଣ୍ଣରେଖା, ବୁଢ଼ାବଳଙ୍ଗ ଓ ବ୍ରାହ୍ମଣୀ ନଦୀରେ ବନ୍ୟା ଆଶଙ୍କା । ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ଉତ୍ତର ଓ ଦକ୍ଷିଣ ଭାଗରେ ପ୍ରବଳ ବର୍ଷା ହେବ ବୋଲି ପାଣିପାଗ ବିଭାଗ ସୂତ୍ରରୁ ସୂଚନା ଦିଆଯାଇଛି ।
ଗ୍ୟାଙ୍ଗ୍ଟକ ଓ ୱେଷ୍ଟବେଙ୍ଗଲ ଆଖପାଖରେ ଏକ ଲଘୁଚାପ ସୃଷ୍ଟି ହୋଇଥିବାରୁ ଏହାର ପ୍ରଭାବରେ ପ୍ରବଳ ବର୍ଷା ହେବାର ପ୍ରକାଶ ପାଇଛି ।ଏ ନେଇ କେନ୍ଦୁଝର, ଯାଜପୁର, ଭଦ୍ରକ, ବାଲେଶ୍ୱର, ମୟୂରଭଞ୍ଜ ଓ ସୁନ୍ଦରଗଡ଼ ଜିଲ୍ଲାର ଜିଲ୍ଲାପାଳମାନଙ୍କୁ ସ୍ୱତନ୍ତ୍ର ରିଲିଫ କମିଶନରଙ୍କ କାର୍ଯ୍ୟାଳୟ ପକ୍ଷରୁ ସତର୍କ ରହିବାକୁ କୁହାଯାଇଛି।
ପାଣିପାଗ ବିଭାଗର ରିପୋର୍ଟ ଅନୁଯାୟୀ, ସୃଷ୍ଟି ହୋଇଥିବା ଲଘୁଚାପ ଯୋଗୁଁ ଉତ୍ତର ଓ ଦକ୍ଷିଣ ଓଡ଼ିଶାରେ ୨୪ ଘଣ୍ଟା ମଧ୍ୟରେ ଘଡ଼ଘଡ଼ି ଓ ପ୍ରବଳ ବର୍ଷା ସହ ପ୍ରାୟ ୬୦ କିମି ବେଗରେ ପବନ ବହିବାର ଆଶଙ୍କ। କରାଯାଇଛି।
କେନ୍ଦୁଝର, ସୁନ୍ଦରଗଡ଼, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଅନୁଗୁଳ ଓ ଢେଙ୍କାନାଳ ଆଦି ଜିଲ୍ଲାର କେତେକ ସ୍ଥାନରେ ଆସନ୍ତା ୪୮ ଘଣ୍ଟା ମଧ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏଥିସହ ଘଣ୍ଟାପ୍ରତି ୫୦ରୁ ୬୦ କିଲୋମିଟର ବେଗରେ ପବନ ବହିବାର ମଧ୍ୟ ପୂର୍ବାନୁମାନ କରାଯାଉଛି। ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମଧ୍ୟକୁ ଯିବାକୁ ବାରଣ କରାଯାଇଛି। ବନ୍ୟା ଆଶଙ୍କା ଦୃଷ୍ଟିରୁ ସଂପୃକ୍ତ ଜିଲ୍ଲାର କ୍ଷେତ୍ର ଅଧିକାରୀମାନଙ୍କୁ ଡ୍ୟୁଟିରେ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି।

COMMENTS